Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 11:3 - ଓଡିଆ ବାଇବେଲ

3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ (ଅଖାର ବସ୍ତ୍ର) ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଚଟବସ୍ତ୍ର ପିନ୍ଧିଥିବା ମୋର ଦୁଇଜଣ ସାକ୍ଷୀଙ୍କୁ ମୁଁ ପଠାଇବି। ସେମାନେ ସେହି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ଯାଏ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।

Gade chapit la Kopi

ପବିତ୍ର ବାଇବଲ

3 ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1,260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”

Gade chapit la Kopi




ପ୍ରକାଶିତ 11:3
43 Referans Kwoze  

ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।


କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ ।


ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।


ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।


ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"


ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ


ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।''


ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।


ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ ।


କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।


ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।


ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।


ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।


ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ ।


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।


ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି ।


ଯୋହନ ଉତ୍ତର ଦେଲେ, ସ୍ୱର୍ଗରୁ ପ୍ରଦତ୍ତ ନ ହେଲେ ମନୁଷ୍ୟ କିଛି ପ୍ରାପ୍ତ ହୋଇ ପାରେ ନାହିଁ ।


ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।


ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।


ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।


ସେହି ମାସର ଚବିଶତମ ଦିନରେ ଇସ୍ରାଏଲ ସନ୍ତାନଗଣ ଏକତ୍ରିତ ହୋଇ ଉପବାସ କରି, ଅଖା ପିନ୍ଧି ଓ ଆପଣା ଆପଣା ମସ୍ତକ ଉପରେ ମାଟି ଦେଲେ।


ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।


ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


ପୁନର୍ବାର ତୁମ୍ଭେ ସେହି ସକଳ ଦିନ ସମାପ୍ତ କଲା ଉତ୍ତାରେ ଆପଣା ଡାହାଣ ପାର୍ଶ୍ୱରେ ଶୟନ କରି ଯିହୁଦା ବଂଶର ଅଧର୍ମ ବୋହିବ; ଚାଳିଶ ବର୍ଷର ଏକ ଏକ ବର୍ଷକୁ ଆମ୍ଭେ ତୁମ୍ଭ ପାଇଁ ଏକ ଏକ ଦିନ କରି ନିରୂପଣ କରିଅଛୁ।


ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ତହିଁରେ ସେ ମୋତେ କହିଲେ, ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।


ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ନିବୃତ୍ତ କରାଯାଇଅଛି।


ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।


ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।


ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।


ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।


ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥି ନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି ।


Swiv nou:

Piblisite


Piblisite