Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 12:2 - ଓଡିଆ ବାଇବେଲ

2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ ଆସନ୍ନପ୍ରସବା ଥିଲେ ଓ ପ୍ରସବ ଯନ୍ତ୍ରଣାରେ ଆର୍ତ୍ତନାଦ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବେଦନାରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହୋଇଯାଇଥିଲା।

Gade chapit la Kopi




ପ୍ରକାଶିତ 12:2
12 Referans Kwoze  

ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।


ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ ।


ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ ।''


ଏନିମନ୍ତେ ଯେଉଁ ସ୍ତ୍ରୀ ପ୍ରସବବେଦନାଗ୍ରସ୍ତା ହେଉଅଛି, ସେ ଯେପର୍ଯ୍ୟ ପ୍ରସବ ନ କରେ, ସେହି ସମୟ ପର୍ଯ୍ୟନ୍ତ ସେ ସେମାନଙ୍କୁ ତ୍ୟାଗ କରିବେ; ତହିଁ ଉତ୍ତାରେ ତାହାଙ୍କର ଅବଶିଷ୍ଟ ଭ୍ରାତୃଗଣ ଇସ୍ରାଏଲର ସନ୍ତାନଗଣର ନିକଟକୁ ଫେରି ଆସିବେ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


“ଆଗୋ ବନ୍ଧ୍ୟେ, ଅପ୍ରସୂତେ, ତୁମ୍ଭେ ଗାନ କର, ଆଗୋ ଗର୍ଭବ୍ୟଥାରହିତେ, ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦ ଧ୍ୱନି କର,” କାରଣ ସଦାପ୍ରଭୁ କହନ୍ତି, ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥାର ସନ୍ତାନ ଅଧିକ।


ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।


ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ !


ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବ ବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରାନ୍ତ କରିଅଛି ?


କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।


Swiv nou:

Piblisite


Piblisite