Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 13:1 - ଓଡିଆ ବାଇବେଲ

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତାହାପରେ ମୁଁ ଦେଖିଲି, ଗୋଟିଏ ପଶୁ ସମୁଦ୍ର ଭିତରୁ ଉଠି ଆସୁଛି। ତାହାର ଦଶଟି ଶୃଙ୍ଗ ଓ ସାତଟି ମସ୍ତକ। ପ୍ରତ୍ୟେକ ଶୃଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା ଓ ପ୍ରତ୍ୟେକ ମସ୍ତକରେ ଗୋଟିଏ ଗୋଟିଏ ଈଶ୍ୱର ନିନ୍ଦାସୂଚକ ନାମ ଲେଖାଯାଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ବରନିନ୍ଦାସୂଚକ ବିଭିନ୍ନ ନାମ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତୋଟି ମୁଣ୍ଡ ଥିଲା। ପ୍ରତ୍ୟେକ ଶିଙ୍ଗରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରତ୍ୟେକ ମସ୍ତକରେ ପରମେଶ୍ୱରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲେଖାଯାଇଥିଲା।

Gade chapit la Kopi




ପ୍ରକାଶିତ 13:1
21 Referans Kwoze  

ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ ।


ସେଥିରେ ସେ ମୋତେ ଆତ୍ମାରେ ପ୍ରାନ୍ତର ମଧ୍ୟକୁ ଘେନିଯାଆନ୍ତେ ମୁଁ ଜଣେ ସ୍ତ୍ରୀଲୋକକୁ ଗୋଟିଏ ଲୋହିତବର୍ଣ୍ଣ ପଶୁ ଉପରେ ବସିଥିବାର ଦେଖିଲି; ସେହି ପଶୁର ସର୍ବାଙ୍ଗ ଈଶ୍ୱରନିନ୍ଦାସୂଚକ ନାମରେ ପରିପୂର୍ଣ୍ଣ, ଆଉ ତାହାର ସପ୍ତ ମସ୍ତକ ଓ ଦଶ ଶିଙ୍ଗ ।


ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବା ଓ ସମାନଙ୍କୁ ଜୟ କରି ବଧ କରିବ ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;


ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ୱନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ।


ଆଉ ମୁଁ ଦେଖିଲି ଯେପରି ଅଗ୍ନିମିଶ୍ରିତ ଗୋଟିଏ କାଚମୟ ସମୁଦ୍ର, ପୁଣି, ଯେଉଁମାନେ ପଶୁ, ତାହାର ପ୍ରତିମା ଓ ତାହା ନାମର ସଂଖ୍ୟା ଉପରେ ବିଜୟୀ ହୋଇଅଛନ୍ତି, ସେମାନେ ଈଶ୍ୱରଙ୍କ ବୀଣା ଧରି, ସେହି କାଚମୟ ସମୁଦ୍ର ତୀରରେ ଦଣ୍ଡାୟମାନ ହୋଇଅଛନ୍ତି ।


ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା ।


ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶିଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।


ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।


ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;


ପରେ ମୁଁ ପଶୁକୁ ଏବଂ ପୃଥିବୀର ରାଜାମାନଙ୍କୁ ଓ ସେମାନଙ୍କର ସୈନ୍ୟବାହିନୀକୁ ସେହି ଅଶ୍ୱାରୋହୀ ଓ ତାହାଙ୍କ ସୈନ୍ୟବାହିନୀଙ୍କ ସହିତ ଯୁଦ୍ଧ କରିବା ନିମନ୍ତେ ଏକତ୍ର ହୋଇଥିବାର ଦେଖିଲି ।


ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।


Swiv nou:

Piblisite


Piblisite