Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 14:1 - ଓଡିଆ ବାଇବେଲ

1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ, ଆଉ ଯେଉଁମାନଙ୍କ କପାଳରେ। ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ସହସ୍ର ଲୋକଙ୍କୁ ତାହାଙ୍କ ସହିତ ଦଣ୍ତାୟମାନ ଥିବାର ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଅନନ୍ତର ମୁଁ ଦେଖିଲି, ମେଷଶାବକ ସିୟୋନ ପର୍ବତ ଉପରେ ଠିଆ ହୋଇଛନ୍ତି। ତାଙ୍କ ସଙ୍ଗରେ ଏକ ଲକ୍ଷ ଚଉରାଳିଶ ହଜାର ଜଣ ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାଙ୍କ ପିତାଙ୍କର ନାମ ଲିଖିତ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ମୋ’ ସମ୍ମୁଖରେ ମେଷଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହୋଇଥିଲେ। ତାହାଙ୍କ ସହିତ 144,000 ଲୋକ ଥିଲେ। ସେମାନଙ୍କ କପାଳରେ ମେଷଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲେଖାଥିଲା।

Gade chapit la Kopi




ପ୍ରକାଶିତ 14:1
30 Referans Kwoze  

ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।”


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।


ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;


ପୁଣି, ଆମ୍ଭେ ପଙ୍ଗୁକୁ ଅବଶିଷ୍ଟାଂଶ କରି ରଖିବା ଓ ଯେ ଦୁରୀକୃତ ହୋଇଥିଲା, ତାହାକୁ ବଳବତୀ ଗୋଷ୍ଠୀ କରିବା ଆଉ, ସଦାପ୍ରଭୁ ଆଜିଠାରୁ ସଦାକାଳ ପର୍ଯ୍ୟନ୍ତ ସିୟୋନ ପର୍ବତରେ ସେମାନଙ୍କ ଉପରେ ରାଜତ୍ୱ କରିବେ।


ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।


ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ ।


ଏଥିଉତ୍ତାରେ ମୁଁ ଦେଖିଲି, ସ୍ୱର୍ଗସ୍ଥ ସାକ୍ଷ୍ୟ ତମ୍ବୁର ମନ୍ଦିରର ଦ୍ୱାର ଉନ୍ମୁକ୍ତ ହେଲା,


ମାତ୍ର ସିୟୋନ କହିଲା, ସଦାପ୍ରଭୁ ମୋତେ ତ୍ୟାଗ କରିଅଛନ୍ତି, ପ୍ରଭୁ ମୋତେ ପାସୋରି ଅଛନ୍ତି।”


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ‌ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍‌ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶଦ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହି ସବୁ ଆମ୍ଭେ ତୁମ୍ଭକୁ ଦେଖାଇବୁ ।


ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତଟି ନଳ ଅଛି।


ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।


ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ।


ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।


ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।


ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।


ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋ’ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;


ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।


ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”


ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟ ମଣିର ଆଭା ତୁଲ୍ୟ ଥିଲା।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।


ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ ।


Swiv nou:

Piblisite


Piblisite