Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 15:7 - ଓଡିଆ ବାଇବେଲ

7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ୱରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ଵରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ପୂର୍ବୋକ୍ତ ଚାରୋଟି ପ୍ରାଣୀ ମଧ୍ୟରୁ ଜଣେ ଚିରଜୀବୀ ଈଶ୍ୱରଙ୍କ କୋପରେ ପରିପୂର୍ଣ୍ଣ ସାତଟି ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ଚାରି ପ୍ରାଣୀଙ୍କ ମଧ୍ୟରୁ ଗୋଟିଏ ପ୍ରାଣୀ ଅନନ୍ତଜୀବୀ ଈଶ୍ବରଙ୍କ କ୍ରୋଧରେ ପରିପୂର୍ଣ୍ଣ ସପ୍ତ ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ଗ୍ଭରି ଜୀବିତ ପ୍ରାଣୀମାନଙ୍କ ମଧ୍ୟରୁ ଜଣେ ପ୍ରାଣୀ ସାତ ଦୂତଙ୍କୁ ସାତୋଟି ସୁବର୍ଣ୍ଣ ପାତ୍ର ଦେଲେ। ସେହି ପାତ୍ର ନିତ୍ୟଜୀବୀ ପରମେଶ୍ୱରଙ୍କର କ୍ରୋଧରେ ପରିପୂର୍ଣ୍ଣ ଥିଲା।

Gade chapit la Kopi




ପ୍ରକାଶିତ 15:7
13 Referans Kwoze  

ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା ।


ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;


ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା ।


ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,


ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।


ତତ୍ପରେ ସପ୍ତ ପାତ୍ରଧାରୀ ସପ୍ତ ଦୂତଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ଯେଉଁ ମହା ବେଶ୍ୟା ବହୁ ଜଳରାଶି ନିକଟରେ ଉପବିଷ୍ଟ,


Swiv nou:

Piblisite


Piblisite