Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:1 - ଓଡିଆ ବାଇବେଲ

1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ଵର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ଵରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏହାପରେ ମୁଁ ଶୁଣିଲି, ମନ୍ଦିରରୁ କେହି ଜଣେ ଚିକ୍ରାର କରି ସେହି ସପ୍ତ ଦୂତଙ୍କୁ କହୁଛନ୍ତି, “ଯାଅ, ସପ୍ତ ପାତ୍ରରେ ଥିବା ଈଶ୍ୱରଙ୍କ କ୍ରୋଧ ପୃଥିବୀ ଉପରେ ଢ଼ାଳି ଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ୱନି ଶୁଣିଲି। ତାହା ସାତୋଟି ଦୂତଙ୍କୁ କହିଲା, “ଯାଅ, ପରମେଶ୍ୱରଙ୍କ କ୍ରୋଧରେ ପୂର୍ଣ୍ଣ ହୋଇଥିବା ସାତୋଟି ପାତ୍ରକୁ ପୃଥିବୀ ଉପରେ ଢାଳିଦିଅ।”

Gade chapit la Kopi




ପ୍ରକାଶିତ 16:1
17 Referans Kwoze  

ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।


ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଈଶ୍ୱରଙ୍କ କ୍ରୋଧ ସମାପ୍ତ ।


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।


ସପ୍ତମ ଦୂତ ଆପଣା ପାତ୍ର ଆକାଶରେ ଢାଳିଲେ; ତହୁଁ ମନ୍ଦିର ମଧ୍ୟରୁ ସିଂହାସନଠାରୁ ଏହି ଉଚ୍ଚ ସ୍ୱର ହେଲା, ସମାପ୍ତ ହେଲା ।


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।


ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ’ ସାକ୍ଷାତରେ ଗଲେ।


ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।


ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଛନ୍ନ ବ୍ୟକ୍ତିଙ୍କି ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପାଚି ଯାଇଅଛି ।


ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।


ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।


ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେତେବେଳେ ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।


Swiv nou:

Piblisite


Piblisite