Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:2 - ଓଡିଆ ବାଇବେଲ

2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି କଷ୍ଟଦାୟକ ବିସ୍ପୋଟକ ହେଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଏହା ଶୁଣି ପ୍ରଥମ ଦୂତ ଯାଇ ତାଙ୍କ ପାତ୍ରରେ ଯାହା ଥିଲା, ପୃଥିବୀ ଉପରେ ଢ଼ାଳି ଦେଲେ। ସଙ୍ଗେ ସଙ୍ଗେ ଯେଉଁମାନେ ପଶୁର ଚିହ୍ନ ଧାରଣ କରିଥିଲେ ଓ ତାହାର ପ୍ରତିମୂର୍ତ୍ତିକୁ ପୂଜା କରିଥିଲେ, ସେମାନଙ୍କ ଶରୀରରେ ଭୀଷଣ ଯନ୍ତ୍ରଣାଦାୟକ ବିସ୍ଫୋଟକ ବାହାରି ପଡ଼ିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା।

Gade chapit la Kopi

ପବିତ୍ର ବାଇବଲ

2 ତହୁଁ ପ୍ରଥମ ଦୂତ ମନ୍ଦିରରୁ ବାହାରି ପୃଥିବୀ ଉପରେ ତାହାଙ୍କ ପାତ୍ରକୁ ଢାଳି ଦେଲେ। ତା'ପରେ ଯେଉଁମାନେ ସେହି ପଶୁର ଚିହ୍ନ ଧାରଣ କରିଥିଲେ ଓ ତା'ର ପ୍ରତିମାକୁ ପୂଜା କରୁଥିଲେ, ସେମାନଙ୍କର ଶରୀରରେ ଅତି କଷ୍ଟଦାୟକ ଓ ସାଂଘାତିକ ଧରଣର ଘା ବାହାରି ପଡ଼ିଲା।

Gade chapit la Kopi




ପ୍ରକାଶିତ 16:2
22 Referans Kwoze  

ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା ।


ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ ।


ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାଙ୍କୁ ଆଘାତ କଲେ, କାରଣ ସେ ଈଶ୍ୱରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ ।


ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।


ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।


ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।


ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।


ମାତ୍ର ଅସ୍‍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍‍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।


ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁ ସବୁ ମିସ୍ରୀୟ ମନ୍ଦ-ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।


ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।


ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।


ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା ।


ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।


ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ତୃତୀୟ ଦୂତ ଆସି ଉଚ୍ଚ ସ୍ଵରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚ ସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ୱରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ ।


Swiv nou:

Piblisite


Piblisite