Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:7 - ଓଡିଆ ବାଇବେଲ

7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ମୁଁ ବେଦି ଏହା କହିବାର ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତା’ପରେ ମୁଁ ଦେବାରୁ ଗୋଟିଏ କଣ୍ଠସ୍ୱର ଶୁଣିଲି, “ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର! ତୁମର ବିଚାର ଯଥାର୍ଥ ଓ ନ୍ୟାୟସଙ୍ଗତ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”

Gade chapit la Kopi

ପବିତ୍ର ବାଇବଲ

7 ମୁଁ ବେଦୀକୁ ଏହା କହିବାର ଶୁଣିଲି, “ହେ ସର୍ବଶକ୍ତିମାନ ପ୍ରଭୁ ପରମେଶ୍ୱର ହଁ, ତୁମ୍ଭର ବିଗ୍ଭରଗୁଡ଼ିକ ସତ୍ୟ ଓ ନ୍ୟାୟସଙ୍ଗତ।”

Gade chapit la Kopi




ପ୍ରକାଶିତ 16:7
11 Referans Kwoze  

କାରଣ ତାହାଙ୍କ ବିଚାର ସତ୍ୟ ଓ ନ୍ୟାଯ୍ୟ; ଯେଉଁ ମହା ବେଶ୍ୟା ଆପଣା ବ୍ୟଭିଚାର ଦ୍ୱାରା ପୃଥିବୀକୁ ଭ୍ରଷ୍ଟ କରିଥିଲା, ସେ ତାହାକୁ ଦଣ୍ଡ ଦେଇ ଆପଣା ଦାସମାନଙ୍କ ରକ୍ତପାତର ପରିଶୋଧ ତାହାଠାରୁ ନେଇଅଛନ୍ତି ।


ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି ।


ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋ’ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇ ଥିଲେ;


ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।


କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।


ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।


ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍‍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋ’ ସାକ୍ଷାତରେ ଗଲେ।


ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ, ସେହି ପ୍ରଭୁ ଈଶ୍ୱର କହନ୍ତି, ଆମ୍ଭେ ଆରମ୍ଭ ଓ ଶେଷ ।


Swiv nou:

Piblisite


Piblisite