Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:13 - ଓଡିଆ ବାଇବେଲ

13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଦାରୁଚିନି, ସୁଗନ୍ଧି ଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ଵ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।

Gade chapit la Kopi

ପବିତ୍ର ବାଇବଲ

13 ଦାରୁଚିନି ପ୍ରଭୃତି ସୁଗନ୍ଧି ମସଲା; ଅତର, ଧୂପ, ମଲମ, ସୁଗନ୍ଧି ଧୂପ, ମଦ୍ୟ, ଜୀତତୈଳ, ମଇଦା, ଗହମ, ଗୃହପାଳିତ ତୃଣଭୋଜୀ ପଶୁ, ମେଷ, ଘୋଡ଼ା, ରଥ, ଏବଂ ମନୁଷ୍ୟମାନଙ୍କର ଶରୀର ଓ ପ୍ରାଣ ସବୁ ବିକ୍ରୀ କରନ୍ତି। ତେଣୁ ବ୍ୟବସାୟୀମାନେ କାନ୍ଦିବେ ଓ କହିବେ:

Gade chapit la Kopi




ପ୍ରକାଶିତ 18:13
25 Referans Kwoze  

ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ଆଉ, ମୁଁ ସେମାନଙ୍କୁ କହିଲି, “ଆମ୍ଭମାନଙ୍କର ଯିହୁଦୀୟ ଭାଇମାନେ ଅନ୍ୟ ଦେଶୀୟମାନଙ୍କ ନିକଟରେ ବିକା ଯାଇଥିଲେ, ଆମ୍ଭେମାନେ ସେମାନଙ୍କୁ ଆପଣା ସାମର୍ଥ୍ୟରେ ମୁକ୍ତ କରିଅଛୁ, ଏବେ ତୁମ୍ଭେମାନେ କ’ଣ ଆପଣା ଭାଇମାନଙ୍କୁ ବିକ୍ରି କରିବ ? ଓ ସେମାନେ କ’ଣ ଆମ୍ଭମାନଙ୍କ ନିକଟରେ ବିକାଯିବେ ?” ଏଥିରେ ସେମାନେ ନୀରବ ହେଲେ, କିଛି ଉତ୍ତର ଦେଇ ପାରିଲେ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ ? ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”


ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।


ପୁଣି, ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ମୋହର ଶଯ୍ୟା ସୁବାସିତ କରିଅଛି।


ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।


ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।


ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।


ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।


ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।”


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ।


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ ?


ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହରବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ ।


ଏହି ସମସ୍ତ ଦ୍ରବ୍ୟର ଯେଉଁ ବଣିକମାନେ ତାହା ଦ୍ୱାରା ଧନୀ ହୋଇଥିଲେ, ସେମାନେ ତାହାର ଯନ୍ତ୍ରଣାର ଭୟ ହେତୁ ଦୂରରେ ଠିଆ ହୋଇ କ୍ରନ୍ଦନ ଓ ଶୋକ କରି କହିବେ,


Swiv nou:

Piblisite


Piblisite