Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:23 - ଓଡିଆ ବାଇବେଲ

23 ପ୍ରଦୀପର ଆଲୋକ ତୋ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପ୍ରଦୀପର ଆଲୋକ ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ଵଳିତ ହେବ ନାହିଁ, ପୁଣି ବରକନ୍ୟାଙ୍କ ଶଦ୍ଦ ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ତୋ’ ମଧ୍ୟରେ ଆଉ କେବେ ପ୍ରଦୀପ ଜଳିବ ନାହିଁ; କିମ୍ବା ବର କନ୍ୟାଙ୍କର ସମ୍ଭାଷଣ ଶୁଣାଯିବ ନାହିଁ। କାରଣ ତୋର ବ୍ୟବସାୟୀମାନେ ପୃଥିବୀରେ ମହାଶକ୍ତିଶାଳୀ ହୋଇ ରହିଥିଲେ, ତୋହର କୁହୁକ ଦ୍ୱାରା ତୁ ପୃଥିବୀର ସମସ୍ତଙ୍କୁ ପ୍ରବଞ୍ଚନା କରି ରଖିଥିଲୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପ୍ରଦୀପର ଆଲୋକ, ତୋʼ ମଧ୍ୟରେ ଆଉ କେବେ ହେଁ ପ୍ରଜ୍ୱଳିତ ହେବ ନାହିଁ, ପୁଣି, ବର କନ୍ୟାଙ୍କ ଶବ୍ଦ, ତୋʼ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ; କାରଣ ତୋହର ବଣିକମାନେ ପୃଥିବୀରେ ମହାନ ଥିଲେ, ଆଉ ତୋହର ମାୟାରେ ଜାତିସମୂହ ଭ୍ରାନ୍ତ ହୋଇଥିଲେ,

Gade chapit la Kopi

ପବିତ୍ର ବାଇବଲ

23 ତୋ’ ପାଖରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ’ ପାଖରେ ବରକନ୍ୟାଙ୍କର ଆନନ୍ଦର ଧ୍ୱନି ଆଉ କେବେ ହେଲେ ଶୁଣାଯିବ ନାହିଁ। ତୋ’ର ବ୍ୟବସାୟୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ’ର ଯାଦୁ ଶକ୍ତି ଦ୍ୱାରା ପଥଭ୍ରଷ୍ଟ ହୋଇଥିଲେ।

Gade chapit la Kopi




ପ୍ରକାଶିତ 18:23
26 Referans Kwoze  

କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।


ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି ?


ପରମସୁନ୍ଦରୀ ମାୟାବିନୀ ଯେଉଁ ବେଶ୍ୟା, ସେ ନାନା ଦେଶୀୟମାନଙ୍କୁ ଆପଣା ବେଶ୍ୟାବୃତ୍ତି ଦ୍ୱାରା ଓ ଗୋଷ୍ଠୀଗଣକୁ ଆପଣା ଗୁଣି ବିଦ୍ୟା ଦ୍ୱାରା ବିକ୍ରୟ କରେ, କାରଣ ତାହାର ବେଶ୍ୟା ଆଚରଣ ଅବର୍ଣ୍ଣନୀୟ।


ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।”


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।”


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୁରୀବାଦକ ମାନଙ୍କର ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା ।


ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି ।


କାରଣ ମନ୍ଦ ଲୋକର କୌଣସି ପୁରସ୍କାର ହେବ ନାହିଁ ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।


କେତେ ଥର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯାଏ ? ସେମାନଙ୍କ ବିପଦ ସେମାନଙ୍କ ଉପରେ ପଡ଼େ ? ଓ ପରମେଶ୍ୱର ଆପଣା କ୍ରୋଧରେ କ୍ଳେଶ ବିତରଣ କରନ୍ତି ?


ପୁଣି ଯୋରାମ୍‍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍‍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?”


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା ।


ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।


ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


ଆଉ ପୃଥିବୀର ରାଜାମାନେ, ପାତ୍ରମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧିନ ଓ ସ୍ୱାଧିନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,


ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ ।


Swiv nou:

Piblisite


Piblisite