Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 18:7 - ଓଡିଆ ବାଇବେଲ

7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ସେ ନିଜକୁ ଯେତେ ଗୌରବାନ୍ୱିତ କରୁଥିଲା ଓ ବିଳାସ ବ୍ୟସନରେ ବୁଡ଼ି ରହିଥିଲା, ସେହି ପରିମାଣରେ ତାକୁ ଦୁଃଖକଷ୍ଟ ଦିଅ। କାରଣ ସେ ନିଜର ବଡ଼ାଇ କରି କହୁଛି, ‘ମୁଁ ଏଠାରେ ରାଣୀ ପରି ବସିଛି! ମୁଁ ବିଧବା ନୁହେଁ, ମୋର କେବେ ଦୁଃଖ ହେବ ନାହିଁ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ସେ ଯେପରି ନିଜେ ଭୋଗବିଳାସ ଓ ଆମୋଦ ପ୍ରମୋଦରେ ଜୀବନ ବିତାଇଛି, ସେହିପରି ତାହାକୁ ଅଧିକ ପରିମାଣରେ ଯନ୍ତ୍ରଣା ଓ ବ୍ୟଥା ଭୋଗିବାକୁ ଦିଆଯିବ। ସେ ନିଜେ ଗର୍ବରେ କହେ, ‘ମୁଁ ରାଣୀ ପରି ସିଂହାସନରେ ବସିଛି। ମୁଁ ବିଧବା ନୁହେଁ, ମୁଁ କେବେ ଶୋକ କରିବି ନାହିଁ।’

Gade chapit la Kopi




ପ୍ରକାଶିତ 18:7
16 Referans Kwoze  

ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ’ ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍‍ ଶବ୍ଦ କରି ଆପଣା ହାତ ହଲାଇବ।


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।


ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”


ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ?


କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;


କାରଣ ଜାତିସମୂହ ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି ।


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।


ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;


Swiv nou:

Piblisite


Piblisite