Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 19:3 - ଓଡିଆ ବାଇବେଲ

3 ପୁଣି, ସେ ଦ୍ୱିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ଦ୍ଵିତୀୟ ଥର କହିଲେ, ହାଲ୍ଲିଲୂୟା; ତାହାର ଦାହର ଧୂମ ଯୁଗେ ଯୁଗେ ଉଠୁଥିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୁଁ ଶୁଣିଲି, ସେମାନେ ଆହୁରି ଉଚ୍ଚ ସ୍ୱରରେ କହୁଛନ୍ତି, “ଈଶ୍ୱରଙ୍କ ସ୍ତୁତି ଗାନ କର। ସେହି ମହାନଗରୀକୁ ଧ୍ୱଂସ କରି ଦେଇଥିବା ଅଗ୍ନିର ଧୂମ ଚିରଦିନ ଉପରକୁ ଉଠୁଥିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେ ଦ୍ୱିତୀୟ ଥର କହିଲେ, “ହାଲ୍ଲିଲୂୟା; ତାହାର ଅଗ୍ନିର ଧୂମ ଯୁଗେ ଯୁଗେ ଉଠୁଥିବ।”

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ପୁଣି କହିଲେ: “ହାଲ୍ଲିଲୂୟା! ସେ ବେଶ୍ୟା ଜଳି ଯାଉଛି। ତାହାର ଧୂଆଁ ସର୍ବଦା ଉପରକୁ ଉଠୁଥିବ।”

Gade chapit la Kopi




ପ୍ରକାଶିତ 19:3
9 Referans Kwoze  

ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।


ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ?


ପୃଥିବୀର ଯେ ସମସ୍ତ ରାଜା ତାହା ସଙ୍ଗରେ ବ୍ୟଭିଚାର କରି ବିଳାସିତାରେ କାଳ କାଟିଅଛନ୍ତି, ସେମାନେ ତାହା ଅଗ୍ନିର ଧୂମ ଦେଖି ତାହା ନିମନ୍ତେ କ୍ରନ୍ଦନ ଓ ବିଳାପ କରିବେ;


ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ ।


ଏଥିଉତ୍ତାରେ ମୁଁ ସ୍ଵର୍ଗରେ ମହାଜନତାର ଶଦ୍ଦ ପରି ଗୋଟିଏ ମହା ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା; ପରିତ୍ରାଣ, ଗୌରବ ଓ ପରାକ୍ରମ ଆମ୍ଭମାନଙ୍କ ଈଶ୍ୱରଙ୍କର,


ସଦୋମ ଓ ହମୋରା ଓ ପ୍ରାନ୍ତରସ୍ଥ ସମସ୍ତ ଅଞ୍ଚଳ ପ୍ରତି ଅନାନ୍ତେ, ସେହି ଦେଶରୁ ଭାଟୀର ଧୂମ ତୁଲ୍ୟ ଧୂମ ଉଠିବାର ଦେଖିଲେ।


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି ।


ପାପୀଗଣ ପୃଥିବୀରୁ ଉଚ୍ଛିନ୍ନ ହେଉନ୍ତୁ ଓ ଦୁଷ୍ଟମାନେ ଆଉ ନ ଥାଉନ୍ତୁ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।


ସେଥିରେ ସେହି ଚବିଶ ପ୍ରାଚୀନ ଓ ଚାରି ପ୍ରାଣୀ ଉବୁଡ଼ ହୋଇ ସିଂହାସନ ଉପବିଷ୍ଟ ଈଶ୍ୱରଙ୍କୁ ପ୍ରଣାମ କରି କହିଲେ, ଆମେନ୍ ହାଲ୍ଲିଲୂୟା ।


Swiv nou:

Piblisite


Piblisite