Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:12 - ଓଡିଆ ବାଇବେଲ

12 ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ଅଛି, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 “ପର୍ଗାମମ୍ ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଯାହାଙ୍କ ନିକଟରେ ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ତାଙ୍କର ଏହି ବାର୍ତ୍ତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ପର୍ଗମ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ଣ ଦ୍ୱିଧାର ଖଡ୍ଗ ଅଛି, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ

12 “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ: “ଯାହାଙ୍କର ତୀ‌କ୍ଷ୍‌ଣ ଦ୍ୱିଧାରଯୁକ୍ତ ଖ‌‌ଡ଼୍‌ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।

Gade chapit la Kopi




ପ୍ରକାଶିତ 2:12
10 Referans Kwoze  

ଏଣୁ ମନପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ୱମୁଖନିଃସୃତ ଖଡ଼୍ଗ ଦ୍ୱାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ ।


ସେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରିଥିଲେ, ତାହାଙ୍କ ମୁଖରୁ ତୀକ୍ଷ୍ଣ ଦ୍ୱିଧାର ଖଡ଼୍ଗ ନିର୍ଗତ ହେଉଥିଲା, ଆଉ ତାହାଙ୍କ ମୁଖ ମଧ୍ୟାହ୍ନକାଳୀନ ସୂର୍ଯ୍ୟ ପରି ତେଜୋମୟ ଥିଲା ।


କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ଅବଶିଷ୍ଟ ଲୋକେ ସେହି ଅଶ୍ୱାରୋହୀଙ୍କ ମୁଖ ନିର୍ଗତ ଖଡ଼୍ଗ ଦ୍ୱାରା ହତ ହେଲେ; ସେଥିରେ ସମସ୍ତ ପକ୍ଷୀ ସେମାନଙ୍କର ମାଂସ ଭୋଜନ କରି ପରିତୃପ୍ତ ହେଲେ ।


ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।


ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


ପୁଣି, ସେ ମୋର ମୁଖ ତୀକ୍ଷ୍ଣ ଖଡ୍ଗ ସ୍ୱରୂପ କରିଅଛନ୍ତି, ଆପଣା ହସ୍ତର ଛାୟାରେ ସେ ମୋତେ ଲୁଚାଇଅଛନ୍ତି ଓ ସେ ମୋତେ ଶାଣିତ ତୀର ସ୍ୱରୂପ କରି ଆପଣା ତୂଣରେ ଘୋଡ଼ାଇ ରଖିଅଛନ୍ତି;


ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।


Swiv nou:

Piblisite


Piblisite