Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:18 - ଓଡିଆ ବାଇବେଲ

18 ଥୁୟତୀରା ମଣ୍ଡଳୀର ଦୂତ ନିକଟକୁ ଲେଖ:- ଈଶ୍ୱରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ : ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 “ଥିଆଟିରାରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ:- “ଏହି ବାର୍ତ୍ତା ଈଶ୍ୱରଙ୍କ ପୁତ୍ରଙ୍କ ନିକଟରୁ ଆସିଅଛି। ତାଙ୍କ ଚକ୍ଷୁ ପ୍ରଜ୍ଜ୍ୱଳିତ ଅଗ୍ନି ପରି ଓ ତାଙ୍କ ପଦଦ୍ୱୟ ଚିକ୍କଣ ପିତ୍ତଳ ପରି ଉଜ୍ଜ୍ୱଳ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ଥୁୟାଥିରା ମଣ୍ଡଳୀର ଦୂତ ନିକଟକୁ ଲେଖ: ଈଶ୍ବରଙ୍କ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ୱଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ୱଳ ପିତ୍ତଳ ତୁଲ୍ୟ, ଏବଂ ସେ ଏହା କହନ୍ତି,

Gade chapit la Kopi

ପବିତ୍ର ବାଇବଲ

18 “ଥୁୟତୀରା ମଣ୍ଡଳୀର ଦୂତଙ୍କୁ ଏହା ଲେଖ: “ପରମେଶ୍ୱରଙ୍କର ପୁତ୍ର, ଯାହାଙ୍କର ଆଖି ଅଗ୍ନିଶିଖା ପରି ପ୍ରଜ୍ୱଳିତ ଓ ପାଦ ଦୁଇଟି ପିତ୍ତଳ ପରି ଉଜ୍ଜ୍ୱଳ ସେ ତୁମ୍ଭକୁ ଏହି କଥା କୁହନ୍ତି:

Gade chapit la Kopi




ପ୍ରକାଶିତ 2:18
22 Referans Kwoze  

ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ।"


ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?


କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ୱରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ


ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଈଶ୍ୱରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ ।


ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଈଶ୍ୱରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ ।


କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ ।


ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ।


ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।


ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।


ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ୱରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା ।


ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି ?


ମଧ୍ୟ ତାଙ୍କ ଶରୀର ବୈଦୁର୍ଯ୍ୟମଣି ତୁଲ୍ୟ ଓ ତାଙ୍କ ମୁଖ ବିଦ୍ୟୁତ୍‍ର ଆଭା ତୁଲ୍ୟ ଓ ତାଙ୍କ ଚକ୍ଷୁ ଜ୍ୱଳ; ମଶାଲ ତୁଲ୍ୟ, ଆଉ ତାଙ୍କ ହସ୍ତ ଓ ପାଦ ପରିଷ୍କୃତ ପିତ୍ତଳର ଆଭା ତୁଲ୍ୟ ଓ ତାଙ୍କ ବାକ୍ୟର ରବ ଲୋକସମୂହର ରବ ତୁଲ୍ୟ।


ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।


କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।


Swiv nou:

Piblisite


Piblisite