ପ୍ରକାଶିତ 2:23 - ଓଡିଆ ବାଇବେଲ23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ । Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ। Gade chapit laପବିତ୍ର ବାଇବଲ (CL) NT (BSI)23 ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ। Gade chapit laପବିତ୍ର ବାଇବଲ23 ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।