Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:10 - ଓଡିଆ ବାଇବେଲ

10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଏବଂ ଯେଉଁ ଗନ୍ଧକାଗ୍ନି ଜଳୁଥିବା ହ୍ରଦରେ ପଶୁ ଓ ଭଣ୍ଡ ଭାବବାଦୀ ନିକ୍ଷିପ୍ତ ହୋଇଥିଲେ, ପ୍ରତାରକ ଶୟତାନକୁ ମଧ୍ୟ ସେଥିରେ ନିକ୍ଷେପ କରାଯିବ। ସେଠାରେ ସେମାନେ ଦିବାରାତ୍ର ଚିରକାଳ ଦାରୁଣ ଯନ୍ତ୍ରଣା ଭୋଗ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ।

Gade chapit la Kopi

ପବିତ୍ର ବାଇବଲ

10 ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟ‌‌ଦ୍‌‌‌‌ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।

Gade chapit la Kopi




ପ୍ରକାଶିତ 20:10
12 Referans Kwoze  

ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ ।


ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ ।


ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ଡ ଭାବବାଦୀର ମୁଖରୁ ବେଙ୍ଗ ପରି ତିନୋଟା ଅପବିତ୍ର ଆତ୍ମା ବାହାରିଲେ;


ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !


ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା ।


[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]


Swiv nou:

Piblisite


Piblisite