Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:11 - ଓଡିଆ ବାଇବେଲ

11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ,।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଅନନ୍ତର ମୁଁ ଦେଖିଲି, ଶ୍ୱେତବର୍ଣ୍ଣର ଗୋଟିଏ ବୃହତ୍ ସିଂହାସନ ଓ ତାହା ଉପରେ ଜଣେ ଉପବିଷ୍ଟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ।

Gade chapit la Kopi




ପ୍ରକାଶିତ 20:11
27 Referans Kwoze  

ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା ।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।


ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।


ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।


ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ ।


ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,


କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି, ସ୍ୱର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।


ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।


ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।


ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।


ସେହିକ୍ଷଣି ମୁଁ ଆତ୍ମାରେ ପୁର୍ଣ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;


ସେ ପୃଥିବୀକୁ ସ୍ୱସ୍ଥାନରୁ ହଲାଇ ଦିଅନ୍ତି ଓ ତହିଁର ସ୍ତମ୍ଭମାନ ଟଳଟଳ ହୁଏ।


ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି ।


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”


ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।


ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା।


ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।


ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।


ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ ।


Swiv nou:

Piblisite


Piblisite