Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 20:14 - ଓଡିଆ ବାଇବେଲ

14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତାହାପରେ ମୃତ୍ୟୁ ଓ ମୃତ୍ୟୁପୁରୀକୁ ସେହି ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା। (ଏହି ଅଗ୍ନିମୟ ହ୍ରଦ ହେଉଛି, ଦ୍ୱିତୀୟ ମୃତ୍ୟୁ।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ।

Gade chapit la Kopi

ପବିତ୍ର ବାଇବଲ

14 ତା'ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ।

Gade chapit la Kopi




ପ୍ରକାଶିତ 20:14
14 Referans Kwoze  

ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।


ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।


ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।


ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।


କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ‌ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍‌ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।


Swiv nou:

Piblisite


Piblisite