Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:1 - ଓଡିଆ ବାଇବେଲ

1 ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପରେ ମୁଁ ଏକ ନୂତନ ଆକାଶମଣ୍ତଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶ- ମଣ୍ତଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି ସମୁଦ୍ର ଆଉ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପରିଶେଷରେ ମୁଁ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି। ପୁରାତନ ଆକାଶ, ପୁରାତନ ପୃଥିବୀ ଓ ସମୁଦ୍ର ଉଭେଇ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପରେ “ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ” ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ଏହା ପରେ ମୁଁ ଗୋଟିଏ ନୂତନ ସ୍ୱର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ୱର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ୟ ହୋଇଯାଇଥିଲା। ସେଠାରେ ଆଉ ସମୁଦ୍ର ନ ଥିଲା।

Gade chapit la Kopi




ପ୍ରକାଶିତ 21:1
13 Referans Kwoze  

ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।


“କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।


ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।


ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।


ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍‍ ପଶୁ ସମୁଦ୍ରରୁ ଉଠି ଆସିଲେ।


ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶିଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ୱରନିନ୍ଦାସୂଚକ ବିଭିନ୍ନ ନାମ ।


ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ୱରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ ।


ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ ।


Swiv nou:

Piblisite


Piblisite