Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:11 - ଓଡିଆ ବାଇବେଲ

11 ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅବତରଣ କରୁଥିଲା ଏବଂ ଈଶ୍ଵରଙ୍କ ଗୌରବବିଶିଷ୍ଟ ଥିଲା; ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ଵଚ୍ଛ ସୂର୍ଯ୍ୟକା; ପରି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି।

Gade chapit la Kopi

ପବିତ୍ର ବାଇବଲ

11 ସେହି ନଗରୀ ପରମେଶ୍ୱରଙ୍କ ଗୌରବରେ ଉଜ୍ଜ୍ୱଳମୟ ଦେଖାଯାଉଥିଲା। ଏହା ମୂଲ୍ୟବାନ ମଣି, ସୂର୍ଯ୍ୟକାନ୍ତ ପରି ଉଜ୍ଜ୍ୱଳ ହୋଇ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ୱଚ୍ଛ ଥିଲା।

Gade chapit la Kopi




ପ୍ରକାଶିତ 21:11
17 Referans Kwoze  

ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ ।


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ ।


ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।


ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବିସ୍ତାରିତ ଥିଲା।


ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମରକତ ମଣି (ଉଜ୍ଜ୍ୱଳ ସବୁଜ ରଙ୍ଗର ମର୍କତ ମଣି) ତୁଲ୍ୟ ।


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।


ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା।


ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।


ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।


ଆଉ ଈଶ୍ୱରଙ୍କ ଗୌରବ ଓ ଶକ୍ତିର ଧୂମରେ ମନ୍ଦିର ପରିପୂର୍ଣ୍ଣ ହେଲା, ସପ୍ତ ଦୂତଙ୍କ ସପ୍ତ କ୍ଲେଶ ସମାପ୍ତ ନ ହେବା ପର୍ଯ୍ୟନ୍ତ କେହି ମନ୍ଦିରରେ ପ୍ରବେଶ କରି ପାରିଲେ ନାହିଁ ।


ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।


ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।


Swiv nou:

Piblisite


Piblisite