Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:17 - ଓଡିଆ ବାଇବେଲ

17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣନୁସାରେ ଏକଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣାନୁସାରେ ମାପୁଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଦୂତ ପ୍ରାଚୀରର ଉଚ୍ଚତା ମଧ୍ୟ ମାପିଲେ। ତାହା ଷାଠିଏ ମିଟର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।

Gade chapit la Kopi

ପବିତ୍ର ବାଇବଲ

17 ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ।

Gade chapit la Kopi




ପ୍ରକାଶିତ 21:17
6 Referans Kwoze  

ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା ହେଉଛି ୬୬୬ (ଛ ଶହ ଛଷଠି) ।


ତାପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ,


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।


ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି ।


ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।


ନଗରୀଟି ଚାରିକୋଣିଆ, ତାହାର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ; ସେ ସେହି ନଳରେ ନଗରୀକୁ ମାପନ୍ତେ ବାର ହଜାର ତୀର ହେଲା; ସେଥିର ଦୈର୍ଘ୍ୟ, ପ୍ରସ୍ଥ ଓ ଉଚ୍ଚତା ।


Swiv nou:

Piblisite


Piblisite