Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:23 - ଓଡିଆ ବାଇବେଲ

23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ଵରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ଵରୂପ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ନଗରୀଟିକୁ ଆଲୋକିତ କରିବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବରେ ତାହା ଜାଜ୍ୱଲ୍ୟମାନ ଏବଂ ମେଷଶାବକ ତାହାର ପ୍ରଦୀପ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

23 ସେହି ନଗରୀକୁ ଆଲୋକ ଦେବା ପାଇଁ ସୂର୍ଯ୍ୟ ବା ଚନ୍ଦ୍ରର ଆବଶ୍ୟକତା ନାହିଁ। ପରମେଶ୍ୱରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମେଷଶାବକ ସେହି ନଗରୀର ପ୍ରଦୀପ ସ୍ୱରୂପ।

Gade chapit la Kopi




ପ୍ରକାଶିତ 21:23
25 Referans Kwoze  

ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ ।


ତାହାର ଜ୍ୟୋତିଃ ଅତି ବହୁମୂଲ୍ୟ ମଣି ସଦୃଶ, ସ୍ୱଚ୍ଛ ସୂର୍ଯ୍ୟକାନ୍ତ ପରି ।


ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


ଏଥିଉତ୍ତାରେ ମୁଁ ଆଉ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି; ସେ ମହାକ୍ଷମତାପନ୍ନ, ତାହାଙ୍କ ମହିମାରେ ପୃଥିବୀ ଆଲୋକମୟ ହୋଇଗଲା ।


ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।


ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ ।


କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।


ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।


ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେସକକୁ ଆସିଲି ।


ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।


ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।


ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।


ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ଆହୁରି, ଯେଉଁ ଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର ଆଘାତ ସ୍ଥାନ ବାନ୍ଧିବେ ଓ ପ୍ରହାରଜାତ ସେମାନଙ୍କ କ୍ଷତ ସୁସ୍ଥ କରିବେ, ସେହି ଦିନରେ ଚନ୍ଦ୍ରମାର ଦୀପ୍ତି ସୂର୍ଯ୍ୟର ଦୀପ୍ତି ତୁଲ୍ୟ ହେବ, ଆଉ ସୂର୍ଯ୍ୟର ଦୀପ୍ତି ସାତ ଦିନର ଦୀପ୍ତି ତୁଲ୍ୟ ସପ୍ତଗୁଣ ହେବ।


ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୂଦାୟ ପୃଥିବୀରେ ପ୍ରେରିତ ଈଶ୍ୱରଙ୍କର ସପ୍ତ ଆତ୍ମା ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।


ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି । ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି । ସେମାନେ ଈଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;


Swiv nou:

Piblisite


Piblisite