Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:25 - ଓଡିଆ ବାଇବେଲ

25 ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେଥିର ଦ୍ଵାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ନଗରୀର ଦ୍ୱାର ସବୁ ସର୍ବଦା ଉନ୍ମୁକ୍ତ ରହିଥିବ। ସେଗୁଡ଼ିକ କେବେ ରୁଦ୍ଧ କରାଯିବ ନାହିଁ; କାରଣ ସେଠାରେ କେବେ ରାତ୍ରି ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

25 ସେହି ନଗରୀର ଦ୍ୱାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସେଠାରେ କେବେ ହେଲେ ରାତି ହେବ ନାହିଁ।

Gade chapit la Kopi




ପ୍ରକାଶିତ 21:25
7 Referans Kwoze  

ଅନ୍ୟ ଦେଶୀୟମାନଙ୍କର ସମ୍ପତ୍ତି ଓ ତହିଁ ସଙ୍ଗେ ସେମାନଙ୍କର ରାଜାଗଣ ବନ୍ଦୀ ହୋଇ ଯେପରି ତୁମ୍ଭ ନିକଟକୁ ଅଣାଯିବେ, ଏଥିପାଇଁ ତୁମ୍ଭ ନଗରର ଦ୍ୱାରସକଳ ନିରନ୍ତର ମୁକ୍ତ ଥିବ, ଦିବାରାତ୍ର ସେହି ସବୁ ବନ୍ଦ ହେବ ନାହିଁ।


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ୱର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ ।


ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।


ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।


ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ୱରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ ।


ତାହାର ଗୋଟିଏ ବୃହତ୍ ଓ ଉଚ୍ଚ ପ୍ରାଚୀର ଅଛି, ସେଥିର ଦ୍ୱାଦଶ ଦ୍ୱାର, ସେହି ଦ୍ୱାରରେ ଦ୍ୱାଦଶ ଦୂତ ଓ ଦ୍ୱାରସମୂହର ଉପରେ ଇସ୍ରାଏଲ ସନ୍ତାନମାନଙ୍କର ଦ୍ୱାଦଶ ବଂଶର ନାମ ଲିଖିତ ଅଛି ।


ଯେ ମୋ ସହିତ କଥା କହୁଥିଲେ, ତାହାଙ୍କ ହସ୍ତରେ ନଗରୀ, ତାହାର ଦ୍ୱାରସମୂହ ଓ ପ୍ରାଚୀର ମାପ କରିବା ନିମନ୍ତେ ଗୋଟିଏ ସୁବର୍ଣ୍ଣ ପରିମାପକ ନଳ ଥିଲା ।


Swiv nou:

Piblisite


Piblisite