Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:4 - ଓଡିଆ ବାଇବେଲ

4 ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେ ସେମାନଙ୍କ ଚକ୍ଷୁର ଲୋତକ ସବୁ ପୋଛି ଦେବେ। ମୃତ୍ୟୁ, ଶୋକ, କ୍ରନ୍ଦନ କିଅବା ବ୍ୟଥା, ଆଉ କିଛି ରହିବ ନାହିଁ। ସମସ୍ତ ପୁରାତନ ବିଷୟ ଲୋପ ପାଇଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଈଶ୍ବର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।

Gade chapit la Kopi

ପବିତ୍ର ବାଇବଲ

4 ପରମେଶ୍ୱର ସେମାନଙ୍କ ଆଖିରୁ ସମସ୍ତ ଲୁହ ପୋଛି ଦେବେ। ଆଉ ଅଧିକ ମୃତ୍ୟୁ, ବିଷାଦ, କ୍ରନ୍ଦନ ବା କଷ୍ଟ ରହିବ ନାହିଁ। ସବୁ ପୁରାତନ ବିଷୟ ଲୋପପାଇଛି।”

Gade chapit la Kopi




ପ୍ରକାଶିତ 21:4
26 Referans Kwoze  

ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।


ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;


ତୁମ୍ଭର ସୂର୍ଯ୍ୟ ଆଉ ଅସ୍ତଗତ ହେବ ନାହିଁ, କିଅବା ତୁମ୍ଭର ଚନ୍ଦ୍ର ଆପଣାକୁ ରହିତ କରିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭର ଅନନ୍ତକାଳସ୍ଥାୟୀ ଜ୍ୟୋତିଃସ୍ୱରୂପ ହେବେ ଓ ତୁମ୍ଭର ଶୋକର ଦିନ ଶେଷ ହେବ।


ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ।


ପୁଣି, ସଂସାର ଓ ସେଥିର ଅଭିଳାଷ ଅନିତ୍ୟ, ମାତ୍ର ଯେ ଈଶ୍ୱରଙ୍କ ଇଚ୍ଛା ପାଳନ କରେ, ସେ ନିତ୍ୟସ୍ଥାୟୀ।


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।


ଲୋକମାନେ ସିୟୋନରେ, ଯିରୂଶାଲମରେ ବାସ କରିବେ; ତୁମ୍ଭେ ଆଉ ରୋଦନ କରିବ ନାହିଁ; ତୁମ୍ଭର କ୍ରନ୍ଦନ ରବରେ ସେ ଅବଶ୍ୟ ତୁମ୍ଭକୁ ଅନୁଗ୍ରହ କରିବେ; ସେ ଶୁଣିବା ମାତ୍ରେ ତୁମ୍ଭକୁ ଉତ୍ତର ଦେବେ।


ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା ।


ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।


ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।


ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍‍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''


ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ ।


ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।


Swiv nou:

Piblisite


Piblisite