Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:5 - ଓଡିଆ ବାଇବେଲ

5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ । ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପରେ ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ।।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।

Gade chapit la Kopi

ପବିତ୍ର ବାଇବଲ

5 ସିଂହାସନ ଉପରେ ଯିଏ ବସିଥିଲେ, ସେ କହିଲେ, “ମୁଁ ସମସ୍ତ ବିଷୟ ନୂତନ କରୁଅଛି।” ତା'ପରେ ସେ କହିଲେ, “ଏହା ଲେଖି ରଖ, କାରଣ ଏହି କଥାସବୁ ବିଶ୍ୱାସ ଯୋଗ୍ୟ ଓ ସତ୍ୟ।”

Gade chapit la Kopi




ପ୍ରକାଶିତ 21:5
14 Referans Kwoze  

ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ଦେଖ, ଆଦ୍ୟ ବିଷୟମାନ ସିଦ୍ଧ ହେଲା, ଆଉ ଆମ୍ଭେ ନୂତନ ବିଷୟମାନ ପ୍ରକାଶ କରୁ; ସେହି ସବୁ ଅଙ୍କୁରିତ ହେବାର ପୂର୍ବେ ତଦ୍‍ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଉ।”


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦନଦୀ କରିବା।


ସେତେବେଳେ ସେ ମୋତେ କହିଲେ, ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ । ଆଉ ସେ ମୋତେ କହିଲେ, ଏହି ସବୁ ଈଶ୍ୱରଙ୍କ ସତ୍ୟ ବାକ୍ୟ ।


ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।


ସେହିକ୍ଷଣି ମୁଁ ଆତ୍ମାରେ ପୁର୍ଣ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି;


ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହାପରେ ଘଟିବ, ସେହି ସବୁ ଲିପିବଦ୍ଧ କର ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ ।


ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ ।


ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ ।


କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ ।


Swiv nou:

Piblisite


Piblisite