Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 21:8 - ଓଡିଆ ବାଇବେଲ

8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ଵାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମା-ପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ ଅଗ୍ନି ଓ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ଵିତୀୟ ମୃତ୍ୟୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କିନ୍ତୁ କାପୁରୁଷ, ବିଶ୍ୱାସଘାତକ, ବିକୃତଚରିତ୍ର, ନରହନ୍ତା, ଲମ୍ପଟ, ତନ୍ତ୍ରମନ୍ତ୍ରସାଧକ, ପ୍ରତିମାପୂଜକ ଓ ମିଥ୍ୟାବାଦୀ ଆଦି ସମସ୍ତ ଭ୍ରଷ୍ଟାଚାରୀମାନଙ୍କର ନିରୂପିତ ସ୍ଥାନ ହେଉଛି, ଗନ୍ଧକାଗ୍ନି ଜଳୁଥିବା ହ୍ରଦ - ସେଠାରେ ସେମାନେ ଦ୍ୱିତୀୟ ମୃତ୍ୟୁଭୋଗ କରିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।

Gade chapit la Kopi

ପବିତ୍ର ବାଇବଲ

8 କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’

Gade chapit la Kopi




ପ୍ରକାଶିତ 21:8
39 Referans Kwoze  

ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ ।


ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।


ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।


ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;


ସେ ସେମାନଙ୍କୁ କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ? ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା ।


ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।


ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।


ଆହୁରି ଅଧ୍ୟକ୍ଷଗଣ ଲୋକମାନଙ୍କୁ କହିବେ, ଭୟାଳୁ ଓ ଦୁର୍ବଳ ହୃଦୟ ଲୋକ କିଏ ଅଛି ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ତାହାର ହୃଦୟ ପରି ତାହାର ଭ୍ରାତୃଗଣର ହୃଦୟ ତରଳି ଯିବ।


ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ ।


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ଯେ ଈଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ୱରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ ।


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ ? ଆମ୍ଭେ କି ଦୀର୍ଘକାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ ?


ଏଣୁ ଏବେ ଏହା କର, ଯେ କେହି ଭୟାର୍ତ୍ତ ଓ କମ୍ପିତ, ସେ ଫେରି ଗିଲୀୟଦ ପର୍ବତରୁ ଚାଲିଯାଉ, ଏହା କହି ଲୋକମାନଙ୍କ କର୍ଣ୍ଣରେ ଘୋଷଣା କର। ତହିଁରେ ଲୋକମାନଙ୍କ ମଧ୍ୟରୁ ବାଇଶ ହଜାର ଲୋକ ଫେରିଗଲେ ଓ ଦଶ ହଜାର ଲୋକ ରହିଲେ।


ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,


ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,


ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ ।


ସେମାନେ ଈଶ୍ୱରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ ।


ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଉରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୁମ ଓ ଗନ୍ଧକ ନିର୍ଗତ ହେଉଥିଲା ।


ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ୱରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ ।


କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।


ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ ।


[କାରଣ ନର୍କରେ ସେମାନଙ୍କର କୀଟ କ୍ଷୟ ପାଏ ନାହିଁ, ଆଉ ଅଗ୍ନି ନିର୍ବାପିତ ହୁଏ ନାହିଁ ।]


Swiv nou:

Piblisite


Piblisite