Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:2 - ଓଡିଆ ବାଇବେଲ

2 ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ନଦୀର ଉଭୟ ପାର୍ଶ୍ଵରେ ଦ୍ଵାଦଶ ଥର ଫଳଦାୟକ ଜୀବନବୃକ୍ଷ ଅଛି, ସେଥିରେ ପ୍ରତି ମାସରେ ଫଳ ଫଳେ, ପୁଣି ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ନଗରୀର ରାଜପଥ ମଧ୍ୟଦେଇ ପ୍ରବାହିତ ହୋଇଥିଲା। ନଦୀର ଦୁଇ ପାଶ୍ୱର୍ରେ ଜୀବନ-ବୃକ୍ଷ ଥିଲା। ତାହା ବର୍ଷର ପ୍ରତ୍ୟେକ ମାସରେ, ଅର୍ଥାତ୍ ବର୍ଷକରେ ଦ୍ୱାଦଶ ଥର ଫଳ ଧାରଣ କରେ ଏବଂ ଏହାର ପତ୍ର ଆରୋଗ୍ୟଦାୟକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।

Gade chapit la Kopi

ପବିତ୍ର ବାଇବଲ

2 ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।

Gade chapit la Kopi




ପ୍ରକାଶିତ 22:2
20 Referans Kwoze  

ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।


ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ ।


ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।


ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ ।


ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ ।


ଦ୍ୱାଦଶ ଦ୍ୱାର ଦ୍ୱାଦଶ ମୁକ୍ତା, ପ୍ରତ୍ୟେକ ଦ୍ୱାର ଗୋଟିଏ ଗୋଟିଏ ମୁକ୍ତାରେ ନିର୍ମିତ; ଆଉ ନଗରୀର ପଥ ସ୍ୱଚ୍ଛ କାଚ ସଦୃଶ ଶୁଦ୍ଧ ସୁବର୍ଣ୍ଣ ନିର୍ମିତ ।


ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।


ସେ ଭଗ୍ନାନ୍ତଃକରଣମାନଙ୍କୁ ସୁସ୍ଥ କରନ୍ତି ଓ ସେମାନଙ୍କ କ୍ଷତସବୁ ବାନ୍ଧନ୍ତି।


ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।


ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।


Swiv nou:

Piblisite


Piblisite