Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:4 - ଓଡିଆ ବାଇବେଲ

4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ ତାଙ୍କର ମୁଖ ଦେଖିବେ ଏବଂ ସେମାନଙ୍କ କପାଳରେ ତାଙ୍କର ନାମ ଲେଖାଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।

Gade chapit la Kopi

ପବିତ୍ର ବାଇବଲ

4 ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖାହେବ।

Gade chapit la Kopi




ପ୍ରକାଶିତ 22:4
18 Referans Kwoze  

ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।


ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ ।


ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।


ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ ।


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି ।


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା ।


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।


ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।


ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ଏଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;


ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?


Swiv nou:

Piblisite


Piblisite