Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:9 - ଓଡିଆ ବାଇବେଲ

9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀ-ମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ସେ କହିଲେ, “ସେପରି କର ନାହିଁ, କାରଣ ମୁଁ ମଧ୍ୟ ତୁମ ପରି ଜଣେ। ତୁମର ଯେଉଁ ଭାବବାଦୀ ଭାଇମାନେ ଓ ଯେଉଁ ସମସ୍ତେ ଏହି ପୁସ୍ତକର ବାକ୍ୟ ଅନୁଯାୟୀ ଆଜ୍ଞାବହ ହୋଇ ରହନ୍ତି, ସେମାନଙ୍କ ପରି ମୁଁ ଜଣେ ସେବକ ମାତ୍ର। ଈଶ୍ୱରଙ୍କର ଆରାଧନା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।

Gade chapit la Kopi

ପବିତ୍ର ବାଇବଲ

9 କିନ୍ତୁ ସେହି ଦୂତ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।”

Gade chapit la Kopi




ପ୍ରକାଶିତ 22:9
19 Referans Kwoze  

ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।


ଈଶ୍ୱରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି ।


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।


ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ ।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।


କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ।


ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହି ସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ୱର ତାହା ପ୍ରତି ଘଟାଇବେ;


ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ ।


ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।


ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା ।


ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ବାକ୍ୟ; ଅବିଳମ୍ବରେ ଯାହା ଯାହା ନିଶ୍ଚୟ ଘଟିବ, ସେହି ସବୁ ସେ ଯେପରି ଆପଣା ଦାସମାନଙ୍କୁ ଜଣାନ୍ତି, ଏଥିପାଇଁ ଈଶ୍ୱର ଏହା ଯୀଶୁଙ୍କ ନିକଟରେ ସମର୍ପଣ କଲେ, ଆଉ ସେ ଆପଣା ଦୂତ ପ୍ରେରଣ କରି ନିଜ ଦାସ ଯୋହନଙ୍କୁ ଏହା ଜ୍ଞାତ କରାଇଲେ ।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ଡଳୀ, ଅର୍ଥାତ୍ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା, ସାର୍ଦ୍ଦୀ, ଫିଲାଦେଲ୍‌ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର ।


ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ ।


Swiv nou:

Piblisite


Piblisite