Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:10 - ଓଡିଆ ବାଇବେଲ

10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୋର ଆଦେଶାନୁଯାୟୀ ତୁମ୍ଭେମାନେ ଧୈର୍ଯ୍ୟଶୀଳ ହୋଇ ରହିଛ, ତେଣୁ ପୃଥିବୀବାସୀ ଜନସମୂହକୁ ପରୀକ୍ଷା କରିବା ପାଇଁ ସମଗ୍ର ଜଗତରେ ଯେଉଁ ଦୁର୍ଦ୍ଦଶା ଉପସ୍ଥିତ ହେବାକୁ ଯାଉଛି, ସେଥିରୁ ମୁଁ ତୁମ୍ଭମାନଙ୍କୁ ନିରାପଦରେ ରଖିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ଧୈର୍ଯ୍ୟର ସହିତ ମୋର ଆଜ୍ଞା ପାଳନ କରିଛ। ତେଣୁ ଜଗତନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମଗ୍ର ଜଗତ ଉପରେ ଦାରୁଣ ତାଡ଼ନା ଓ ପରୀକ୍ଷାର ସମୟ ଆସିବ, ମୁଁ ତୁମ୍ଭକୁ ସେଥିରୁ ରକ୍ଷା କରିବି।

Gade chapit la Kopi




ପ୍ରକାଶିତ 3:10
30 Referans Kwoze  

ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି ।


ଏଠାରେ ସାଧୁମାନଙ୍କର, ଅର୍ଥାତ୍ ଯେଉଁମାନେ ଈଶ୍ୱରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ ।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।


ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]


କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ୱାରା ବଧ କରେ, ତାହାହେଲେ ତାହାକୁ ନିଶ୍ଚୟ ଖଡ଼୍ଗ ଦ୍ୱାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୖେର୍ଯ୍ୟ ଓ ବିଶ୍ୱାସ ଆବଶ୍ୟକ ।


ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।


ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।


ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି ।


ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?


ସେହି ଯେଉଁ ପଶୁକୁ ତୁମ୍ଭେ ଦେଖିଲ, ତାହା ଥିଲା, ଏବେ ନାହିଁ, ପୁଣି, ତାହା ପାତାଳକୁଣ୍ଡରୁ ଉଠି ବିନାଶ ପାଇବ। ସେଥିରେ ପୃଥିବୀନିବାସୀ ଯେତେ ଲୋକଙ୍କ ନାମ ଜଗତର ପତ୍ତନାବଧି ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ସେମାନେ ଯେତେବେଳେ ସେହି ପଶୁକୁ ଦେଖିବେ ଯେ ତାହା ଥିଲା, ଏବେ ନାହିଁ ପରେ ଆସିବ, ସେତେବେଳେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହେବେ ।


ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।


ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।


ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।


ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।


ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।


ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ ।


ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।


ହେ ମୋହର ଭାଇମାନେ, ଡିମ୍ବିରି ବୃକ୍ଷ କ'ଣ ଜୀତଫଳ, ଅବା ଦ୍ରାକ୍ଷାଲତା କ'ଣ ଡିମ୍ବିରି ଫଳ ଫଳି ପାରେ ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।


ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି ।


ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ ।


ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।


ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି ।


Swiv nou:

Piblisite


Piblisite