Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:12 - ଓଡିଆ ବାଇବେଲ

12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ଵରଙ୍କ ମନ୍ଦିରର ସ୍ତମ୍ଭ ସ୍ଵରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ଵରଙ୍କ ନାମ ଓ ସ୍ଵର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ନୂତନ ଯିରୂଶାଲମ , ଆମ୍ଭର ଈଶ୍ଵରଙ୍କ ସେହି ନଗରୀର ନାମ ପୁଣି ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ବିଜୟୀ ବ୍ୟକ୍ତିକୁ ମୁଁ ମୋର ଈଶ୍ୱରଙ୍କ ମନ୍ଦିରରେ ସ୍ତମ୍ଭ ରୂପେ ସ୍ଥାପନ କରିବି ଏବଂ ସେ କଦାପି ସେଠାରୁ ସ୍ଥାନାନ୍ତରିତ ହେବ ନାହିଁ। ମୁଁ ତାହା ଉପରେ ମୋ’ ଈଶ୍ୱରଙ୍କ ନାମ ଲେଖିବି। ମୋ’ ଈଶ୍ୱରଙ୍କ ନିକଟରୁ ସ୍ୱର୍ଗରୁ ଆଗତ ଈଶ୍ୱରଙ୍କ ନଗର, ନୂତନ ଯିରୂଶାଲମର ନାମ ଓ ମୋର ନୂତନ ନାମ ମଧ୍ୟ ତା’ ଉପରେ ଲେଖିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।

Gade chapit la Kopi

ପବିତ୍ର ବାଇବଲ

12 ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।

Gade chapit la Kopi




ପ୍ରକାଶିତ 3:12
26 Referans Kwoze  

ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ ।


ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।


ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି ।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ(ଧଳା) ପ୍ରସ୍ତର ତାହାକୁ ଦେବୁ ।


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। [ସେଲା]


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।


ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।


ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]


ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ ଓ ସକଳ ରାଜା ତୁମ୍ଭର ପ୍ରତାପ ଦେଖିବେ; ଆଉ, ତୁମ୍ଭେ ସଦାପ୍ରଭୁଙ୍କ ମୁଖ ଦ୍ୱାରା ଏକ ନୂତନ ନାମରେ ଖ୍ୟାତ ହେବ।


ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।


କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ସେ ଦ୍ୱିତୀୟ ମୃତ୍ୟୁ ଦ୍ୱାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।


ତହିଁରେ ସେମାନେ ତାହା ଆଣିଲେ । ଯୀଶୁ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର ? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର ।


Swiv nou:

Piblisite


Piblisite