Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 3:21 - ଓଡିଆ ବାଇବେଲ

21 ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆମ୍ଭେ ଯେପରି ଜୟ କରି ଆମ୍ଭର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛୁ, ସେପରି ଯେ ଜୟ କରେ, ଆମ୍ଭେ ତାହାଙ୍କୁ ଆମ୍ଭ ସହିତ ଆମ୍ଭର ସିଂହାସନରେ ବସିବାକୁ ଦେବୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।

Gade chapit la Kopi

ପବିତ୍ର ବାଇବଲ

21 “ଯେ ବିଜୟୀ ହୁଏ, ମୁଁ ତାହାକୁ ମୋ’ ସହିତ ସିଂହାସନରେ ବସାଇବି। ଯେପରି ମୁଁ ବିଜୟୀ ହୋଇ ମୋର ପରମପିତାଙ୍କ ସହ ତାହାଙ୍କ ସିଂହାସନରେ ବସିଥିଲି, ସେ ସେହିପରି ମୋ’ ସହିତ ବସିବ।

Gade chapit la Kopi




ପ୍ରକାଶିତ 3:21
24 Referans Kwoze  

ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।


ତୁମ୍ଭେମାନେ ଯେପରି ମୋ'ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସବୁ ବିଷୟ କହିଅଛି । ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି ।


ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ୱରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ ।


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।


ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।


ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ । ଆମେନ୍ ।


ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇ ନେବେ, ପୁଣି, ଈଶ୍ୱର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ ।


ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍ , ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ ।


ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ୱରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ ।


ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ ।


Swiv nou:

Piblisite


Piblisite