Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:14 - ଓଡିଆ ବାଇବେଲ

14 ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆକାଶମଣ୍ତଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି ପର୍ବତ ଓ ଦ୍ଵୀପସମସ୍ତ ସ୍ଥାନାନ୍ତରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଗୋଟିଏ କାଗଜ ଫର୍ଦ୍ଦ ଗୁଡ଼ା ହେବା ଭଳି ଆକାଶ ମୋଡ଼ି ହୋଇ ଉଭେଇ ଗଲା। ପର୍ବତ ଓ ଦ୍ୱୀପଗୁଡ଼ିକ ସ୍ଥାନାନ୍ତରିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

14 ଆକାଶ ଭାଗଭାଗ ହୋଇଗଲା ଓ ଚର୍ମପତ୍ର ଭଳି ଗୁଡ଼େଇ ହୋଇଗଲା। ପର୍ବତ ଓ ଦ୍ୱୀପସମୂହ ନିଜ ନିଜ ସ୍ଥାନରୁ ସ୍ଥାନଚ୍ୟୁତ ହୋଇଗଲେ।

Gade chapit la Kopi




ପ୍ରକାଶିତ 6:14
16 Referans Kwoze  

ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।


ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।


ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।


ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


ପରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ଦେଖିଲି, କାରଣ ପ୍ରଥମ ଆକାଶମଣ୍ଡଳ ଓ ପ୍ରଥମ ପୃଥିବୀ ଲୋପ ପାଇଥିଲା, ପୁଣି, ସମୁଦ୍ର ଆଉ ନ ଥିଲା ।


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା’ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।


ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।


Swiv nou:

Piblisite


Piblisite