Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:17 - ଓଡିଆ ବାଇବେଲ

17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ସେମାନଙ୍କ କ୍ରୋଧର ଭୟଙ୍କର ଦିବସ ଉପସ୍ଥିତ। କିଏ ତାହା ପ୍ରତିରୋଧ କରିପାରିବ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ?

Gade chapit la Kopi

ପବିତ୍ର ବାଇବଲ

17 ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”

Gade chapit la Kopi




ପ୍ରକାଶିତ 6:17
20 Referans Kwoze  

ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?


ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଅଣଯିହୂଦୀମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲେ, ପୁଣି, ମୃତମାନଙ୍କ ବିଚାର କରିବା ସମୟରେ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା ।


ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ ।


ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ?


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।


କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।


ହାୟ ହାୟ ସେ ଦିନ ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


Swiv nou:

Piblisite


Piblisite