Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:6 - ଓଡିଆ ବାଇବେଲ

6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ଵର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଏବଂ ମୋର ମନେ ହେଲା, ଚାରୋଟିଯାକ ପ୍ରାଣୀ ଏକ ସ୍ୱରରେ କହୁଛନ୍ତି: “ଦିନକର ମଜୁରୀରେ ଏକ କିଲୋ ଗହମ କିମ୍ବା ତିନି କିଲୋ ଯବ ମିଳିବ। କିନ୍ତୁ ଜୀତ ବୃକ୍ଷ ଓ ଅଙ୍ଗୁର କ୍ଷେତ୍ରକୁ ନଷ୍ଟ କର ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ତା'ପରେ ଗ୍ଭରି ଜୀବିତ ପ୍ରାଣୀଙ୍କ ମଧ୍ୟରୁ କେହି ଜଣେ କହିଲା ପରି ମୋତେ ଗୋଟିଏ ସ୍ୱର ଶୁଭିଲା। ସେ ସ୍ୱର କହୁଥିଲା, “ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ଯବ ହେବ। କିନ୍ତୁ ତେଲ ଓ ଅଙ୍ଗୁରରସର କ୍ଷତି କର ନାହିଁ।”

Gade chapit la Kopi




ପ୍ରକାଶିତ 6:6
6 Referans Kwoze  

ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ୱରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା ।


ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ ।


ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ୱର ପବିତ୍ର, ପବିତ୍ର, ପବିତ୍ର ।


Swiv nou:

Piblisite


Piblisite