Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 6:9 - ଓଡିଆ ବାଇବେଲ

9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦତ୍ତ ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତା’ପରେ, ମେଷଶାବକ ପଞ୍ଚମ ମୋହର ଭାଙ୍ଗିଲେ ଏବଂ ମୁଁ ଦେଖିଲି, ଏକ ବେଦୀ। ଈଶ୍ୱରଙ୍କ ବାକ୍ୟ ଘୋଷଣା କରି ସାକ୍ଷ୍ୟଦାନରେ ବିଶ୍ୱସ୍ତ ରହିଥିବା ଯୋଗୁଁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କର ଆତ୍ମାଗଣ ସେହି ବେଦୀ ତଳେ ସୁରକ୍ଷିତ ହୋଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।

Gade chapit la Kopi

ପବିତ୍ର ବାଇବଲ

9 ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା।

Gade chapit la Kopi




ପ୍ରକାଶିତ 6:9
21 Referans Kwoze  

ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।


ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ ।


ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର;


ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ ।


ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।


ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।


ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।


ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।


ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା ।


କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ ।


ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ୱରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,


ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


Swiv nou:

Piblisite


Piblisite