Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 7:16 - ଓଡିଆ ବାଇବେଲ

16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେମାନଙ୍କର ଆଉ କେବେହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେମାନେ ଆଉ କଦାପି କ୍ଷୁଧିତ ହେବେ ନାହିଁ, ସୂର୍ଯ୍ୟତାପ କିଅବା ଅନ୍ୟ କୌଣସି ଉତ୍ତାପ ସେମାନଙ୍କୁ ଦଗ୍ଧ କରିପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ,” “ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,

Gade chapit la Kopi

ପବିତ୍ର ବାଇବଲ

16 ସେହି ଲୋକମାନେ ଆଉ କେବେ କ୍ଷୁଧିତ ହେବେ ନାହିଁ। ସେମାନେ କଦାପି ତୃଷାର୍ତ୍ତ ହେବେ ନାହିଁ। ସୂର୍ଯ୍ୟ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସେମାନଙ୍କୁ ଜାଳି ପାରିବ ନାହିଁ।

Gade chapit la Kopi




ପ୍ରକାଶିତ 7:16
23 Referans Kwoze  

ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ ।


ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।


ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ ।


ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।


ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ । ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ ।


ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି ।


ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।


କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।


ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;


କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।


ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋ’ ପ୍ରତି କୁଦୃଷ୍ଟି କର ନାହିଁ। ମୋ’ ମାତାର ସନ୍ତାନଗଣ ମୋ’ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।


ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?


ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ ।


କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।


କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା ।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।


ପୁଣି, ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ପୂର୍ବୀୟ ଝଞ୍ଜା ବାୟୁ ନିରୂପଣ କଲେ; ଆଉ, ଯୂନସଙ୍କ ମସ୍ତକରେ ଏପରି ଖରା ଲାଗିଲା ଯେ, ସେ କ୍ଳାନ୍ତ ହୋଇ ଆପଣାର ମୃତ୍ୟୁୁ ପ୍ରାର୍ଥନା କରି କହିଲେ, “ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।”


ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।


ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ’ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। [ସେଲା]


ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ।


ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।


Swiv nou:

Piblisite


Piblisite