Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:11 - ଓଡିଆ ବାଇବେଲ

11 ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପାତାଳକୁଣ୍ତର ଦୂତ ସେମାନଙ୍କର ରାଜା, ତାହାର ନାମ ଏବ୍ରୀ ଭାଷାରେ ଅବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ସେମାନଙ୍କ ଉପରେ ଜଣେ ରାଜା ଶାସନ କରୁଛି। ସେ ପାତାଳପୁରୀ ଦାୟିତ୍ୱରେ ଥିବା ଏକ ଦେବଦୂତ। ଏବ୍ରୀ ଭାଷାରେ ତାହାର ନାମ, ଆବାଦନ୍; ଗ୍ରୀକ୍ ଭାଷାରେ ସେହି ନାମ ହେଉଛି, ଆପୋଲ୍ଲୀୟନ୍ (ଅର୍ଥାତ୍ ‘ସଂହାରକ’)।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।

Gade chapit la Kopi

ପବିତ୍ର ବାଇବଲ

11 ପାତାଳସ୍ଥ ସେହି ଅତଳ ଗହ୍ୱରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷାରେ ‘ଅବଦ୍ଦୋନ୍’ ଓ ଗ୍ରୀକ୍ ଭାଷାରେ ‘ଅପଲ୍ଲିୟୋନ୍’ (ବିନାଶକ) ଥିଲା।

Gade chapit la Kopi




ପ୍ରକାଶିତ 9:11
18 Referans Kwoze  

ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।


ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


ବିଚାର ବିଷୟରେ- କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି ।


ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ ।


ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।


ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ବିନାଶ ଓ ମୃତ୍ୟୁୁ କହନ୍ତି, ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।


କାରଣ ତାହା ସର୍ବନାଶକ ଗ୍ରାସକାରୀ ଅଗ୍ନି ଓ ମୋ’ ସର୍ବସ୍ୱର ମୂଳୋତ୍ପାଟିତ କରନ୍ତା।


କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ ?


ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?


ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।


ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ ।


ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ ।


Swiv nou:

Piblisite


Piblisite