Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:14 - ଓଡିଆ ବାଇବେଲ

14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେହି ସ୍ୱର ଷଷ୍ଠ ଦୂତଙ୍କୁ ନିର୍ଦ୍ଦେଶ ଦେଲେ, “ୟୁଫ୍ରେଟିସ୍ ମହାନଦୀ ନିକଟରେ ବନ୍ଦୀ ହୋଇଥିବା ଚାରିଜଣ ଦୂତଙ୍କୁ ମୁକ୍ତ କରି ଦିଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।

Gade chapit la Kopi

ପବିତ୍ର ବାଇବଲ

14 ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, “ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ।”

Gade chapit la Kopi




ପ୍ରକାଶିତ 9:14
12 Referans Kwoze  

ଷଷ୍ଠ ଦୂତ ଆପଣା ପାତ୍ର ଫରାତ୍ ମହାନଦୀ ଉପରେ ଢାଳିଲେ; ତହୁଁ ପୂର୍ବଦିଗରୁ ଅାଗମନକାରୀ ରାଜାମାନଙ୍କ ନିମନ୍ତେ ପଥ ପ୍ରସ୍ତୁତ ହେବା ପାଇଁ ତାହାର ଜଳ ଶୁଷ୍କ ହୋଇଗଲା ।


ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ ।


ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;


ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍‍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।


ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।


ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ ।


ତା'ପରେ ମୁଁ ଦେଖିଲି, ପୃଥିବୀକୁ ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥି ନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି ।


ତତ୍ପରେ ମୁଁ ଈଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା ।


ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,


ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।


ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,


Swiv nou:

Piblisite


Piblisite