Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 9:15 - ଓଡିଆ ବାଇବେଲ

15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ତ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତେଣୁ ଏହି ନିର୍ଦ୍ଦିଷ୍ଟ ବର୍ଷ, ମାସ, ଦିନ ଓ ଦଣ୍ଡରେ, ସମଗ୍ର ମନୁଷ୍ୟ ଜାତିର ଏକ ତୃତୀୟାଂଶ ଲୋକଙ୍କୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହୋଇ ରହିଥିବା ସେହି ଚାରି ଦୂତଙ୍କୁ ମୁକ୍ତ କରି ଦିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ଯେଉଁ ଗ୍ଭରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା।

Gade chapit la Kopi




ପ୍ରକାଶିତ 9:15
9 Referans Kwoze  

ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ ।


ପ୍ରଥମ ଦୂତ ତୂରୀଧ୍ୱନୀ କରନ୍ତେ ରକ୍ତମିଶ୍ରିତ ଶିଳା ଓ ଅଗ୍ନି ଉପସ୍ଥିତ ହୋଇ ପୃଥିବୀରେ ନିକ୍ଷିପ୍ତ ହେଲା; ସେଥିରେ ପୃଥିବୀ ଓ ବୃକ୍ଷସମୂହର ତିନି ଭାଗ ପୁଣି, ସମସ୍ତ ସବୁଜ ରଙ୍ଗର ଘାସ ଜଳିଗଲା ।


ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା ।


ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା ।


ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର ।


ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,


ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;


ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;


Swiv nou:

Piblisite


Piblisite