Biblia Todo Logo
Bib sou entènèt

- Piblisite -




ରୋମୀୟ 1:12 - ଓଡିଆ ବାଇବେଲ

12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ଵାସ ଦ୍ଵାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହା ଦ୍ୱାରା ଆମେ ପରସ୍ପରର ବିଶ୍ୱାସକୁ ଦୃଢ଼ କରିପାରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

12 ମୋର କହିବାର ଅର୍ଥ ଏହି ଯେ ଆମ୍ଭେମାନେ ଏକଆରେକକୁ ନିଜ ନିଜର ବିଶ୍ୱାସ ଦ୍ୱାରା ସାହାଯ୍ୟ କରିବା। ତୁମ୍ଭମାନଙ୍କ ବିଶ୍ୱାସ ମୋତେ ଓ ମୋ’ ବିଶ୍ୱାସ ତୁମ୍ଭମାନଙ୍କୁ ସାହାଯ୍ୟ କରିବ।

Gade chapit la Kopi




ରୋମୀୟ 1:12
17 Referans Kwoze  

ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି ।


ପୁଣି, ଈଶ୍ୱରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ ।


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି ।


ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ ।


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;


ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;


ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି ।


ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,


ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।


Swiv nou:

Piblisite


Piblisite