Biblia Todo Logo
Bib sou entènèt

- Piblisite -




ରୋମୀୟ 1:23 - ଓଡିଆ ବାଇବେଲ

23 ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି, ଅକ୍ଷୟ ଈଶ୍ଵରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଅନନ୍ତ ଈଶ୍ୱରଙ୍କୁ ପୂଜା ନ କରି ସେମାନେ ମର ମନୁଷ୍ୟ, ପଶୁ ପକ୍ଷୀ କିଅବା ସର୍ପାକୃତି ପ୍ରତିମା ନିର୍ମାଣ କରି ସେଗୁଡ଼ିକୁ ପୂଜା କରୁଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।

Gade chapit la Kopi

ପବିତ୍ର ବାଇବଲ

23 ସେମାନେ ପରମେଶ୍ୱରଙ୍କ ଚିରସ୍ଥାୟୀ ମହିମାକୁ ଛାଡ଼ି ଦେଲେ। ଲୋକେ ସେହି ମହିମାକୁ ମୂର୍ତ୍ତିପୂଜା ଦ୍ୱାରା ବେପାର କଲେ। ଲୋକେ ଏହି ମୂର୍ତ୍ତିଗୁଡ଼ିକୁ ପକ୍ଷୀ, ପଶୁ ଓ ପରୀସୃପ ରୂପ ପ୍ରଦାନ କଲେ।

Gade chapit la Kopi




ରୋମୀୟ 1:23
16 Referans Kwoze  

ଏହିରୂପେ, ସେମାନେ ତୃଣଭକ୍ଷକ ଗୋରୁର ପ୍ରତିମା ସହିତ ଆପଣାମାନଙ୍କ ଗୌରବସ୍ୱରୂପଙ୍କୁ ପରିବର୍ତ୍ତନ କଲେ।


ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”


ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ ।


କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ ।


ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;


ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।


ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)।


ସୂତ୍ରଧର ସୂତା ଟାଣେ; ସେ ସିନ୍ଦୁର ଦ୍ୱାରା ଚିହ୍ନ ଦିଏ, ସେ ରନ୍ଦା ବୁଲାଇ ଆକୃତି କରି କମ୍ପାସ ଦ୍ୱାରା ଚିହ୍ନ ଦିଏ ଓ ଗୃହରେ ବାସ କରାଇବା ନିମନ୍ତେ ମନୁଷ୍ୟର ଆକୃତି ଓ ସୌନ୍ଦର୍ଯ୍ୟ ଅନୁସାରେ ତାହା ନିର୍ମାଣ କରେ।


ତେବେ ତୁମ୍ଭେମାନେ କାହା ସଙ୍ଗେ ପରମେଶ୍ୱରଙ୍କୁ ତୁଳନା କରିବ ? ଅବା କେଉଁ ମୂର୍ତ୍ତିକୁ ତାହାଙ୍କ ସଦୃଶ କରିବ ?


ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୂଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ ।


ଉର୍ଦ୍ଧ୍ୱ ଦୃଷ୍ଟି କରି ଦେଖ, ଏହି ସମସ୍ତକୁ କିଏ ସୃଷ୍ଟି କରିଅଛନ୍ତି ? ସେ ସୈନ୍ୟସମୂହର ନ୍ୟାୟ ସଂଖ୍ୟାନୁସାରେ ସେମାନଙ୍କୁ ବାହାର କରି ଆଣନ୍ତି; ସେ, ସମସ୍ତର ନାମ ଧରି ସେମାନଙ୍କୁ ଡାକନ୍ତି; ତାହାଙ୍କ ପରାକ୍ରମର ମାହାତ୍ମ୍ୟ ଦ୍ୱାରା ଓ ସେ ଶକ୍ତିରେ ପ୍ରବଳ ହେବା ସକାଶୁ ସେମାନଙ୍କର ଗୋଟିଏ ହେଁ ଅନୁପସ୍ଥିତ ହୁଏ ନାହିଁ।


ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,


ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।


Swiv nou:

Piblisite


Piblisite