Biblia Todo Logo
Bib sou entènèt

- Piblisite -




ରୋମୀୟ 1:24 - ଓଡିଆ ବାଇବେଲ

24 ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଣୁ ଈଶ୍ଵର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ଵାରା କଳୁଷିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ତେଣୁ ଈଶ୍ୱର ସେମାନଙ୍କୁ ଛାଡ଼ି ଦେଇଛନ୍ତି ଓ ସେମାନେ ନିଜ ନିଜର କାମନା ଅନୁଯାୟୀ କଳୁଷିତ କାର୍ଯ୍ୟରେ ଲିପ୍ତ ରହୁଛନ୍ତି - ସେମାନେ ପରସ୍ପର ସହିତ ଲଜ୍ଜାଜନକ ସମ୍ପର୍କ ରଖନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

24 ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସେମାନେ ପାପରେ ପୂର୍ଣ୍ଣ ଥିଲେ। ପରମେଶ୍ୱର ସେମାନଙ୍କୁ ନିଜର ପାପ ମାର୍ଗରେ ଯିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସେମାନେ ଯୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମରେ ନିୟୋଜିତ ରଖିଲେ, ଯା’ଦ୍ୱାରା ସେମାନଙ୍କ ଶରୀର ନିନ୍ଦିତ ହେଲା।

Gade chapit la Kopi




ରୋମୀୟ 1:24
16 Referans Kwoze  

କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?


ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ ।


ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।


ଆଉ, ଯେପରି ଈଶ୍ୱରଙ୍କ ସମ୍ବନ୍ଧରେ ଅଜ୍ଞ ଅଣଯିହୂଦୀମାନଙ୍କ ପରି କାମାଭିଳାଷୀ ନ ହୋଇ,


ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।


ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;


ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;


ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;


Swiv nou:

Piblisite


Piblisite