Biblia Todo Logo
Bib sou entènèt

- Piblisite -




ରୋମୀୟ 10:1 - ଓଡିଆ ବାଇବେଲ

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ମୋହର ପ୍ରାର୍ଥନା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ଵରଙ୍କ ଛାମୁରେ ମୋହର ପ୍ରାର୍ଥନା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ମୋ’ ନିଜ ଜାତିର ଲୋକେ ପରିତ୍ରାଣ ପାଆନ୍ତୁ, ଏହା ମୋର ଆନ୍ତରିକ ଇଚ୍ଛା ଓ ଈଶ୍ୱରଙ୍କଠାରେ ଏହା ମୋର ଏକାନ୍ତ ପ୍ରାର୍ଥନା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା।

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।

Gade chapit la Kopi




ରୋମୀୟ 10:1
14 Referans Kwoze  

କିନ୍ତୁ ମୁଁ ମନୁଷ୍ୟଠାରୁ ସାକ୍ଷ୍ୟ ଗ୍ରହଣ କରେ ନାହିଁ, ବରଂ ତୁମ୍ଭେମାନେ ଯେପରି ପରିତ୍ରାଣ ପ୍ରାପ୍ତ ହୁଅ, ସେଥିପାଇଁ ଏହି ସବୁ କହୁଅଛି ।


ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ ? କାରଣ ସେମାନେ ମୋ’ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ଆପଣା ଦାସ ଅବ୍ରହାମ ଓ ଇସ୍‍ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।”


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ’ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।


ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।


ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ି ଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।


ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।


କାରଣ ଈଶ୍ୱରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ ।


Swiv nou:

Piblisite


Piblisite