Biblia Todo Logo
Bib sou entènèt

- Piblisite -




ରୋମୀୟ 10:11 - ଓଡିଆ ବାଇବେଲ

11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଣୁ ଶାସ୍ତ୍ର କହେ, ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ଲଜ୍ଜିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଶାସ୍ତ୍ର ଅନୁଯାୟୀ, “ତାଙ୍କଠାରେ ବିଶ୍ୱାସ କରି କେହି ବିଫଳ ହେବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”

Gade chapit la Kopi




ରୋମୀୟ 10:11
6 Referans Kwoze  

ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।


କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ ।


ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।


ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।


କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ ।


Swiv nou:

Piblisite


Piblisite