Biblia Todo Logo
Bib sou entènèt

- Piblisite -




ରୋମୀୟ 10:16 - ଓଡିଆ ବାଇବେଲ

16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ । କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି ?'

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, ‘ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ଵାଦ ବିଶ୍ଵାସ କରିଅଛିଣ?ʼ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କିନ୍ତୁ ସମସ୍ତେ ସେହି ସୁସମାଚାର ଗ୍ରହଣ କରି ନାହାନ୍ତି। ସେଥିପାଇଁ ଯିଶାଇୟ ଲେଖିଛନ୍ତି, “ପ୍ରଭୁ, ଆମ ବାର୍ତ୍ତା ଶୁଣି କିଏ ବିଶ୍ୱାସ କରିଛି?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?”

Gade chapit la Kopi

ପବିତ୍ର ବାଇବଲ

16 ମାତ୍ର ସମସ୍ତେ ସୁସମାଗ୍ଭରକୁ ଗ୍ରହଣ କରି ନାହାନ୍ତି। ଯିଶାଇୟ କହନ୍ତି: “ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡ଼ିକ କିଏ କ’ଣ ବିଶ୍ୱାସ କଲା?”

Gade chapit la Kopi




ରୋମୀୟ 10:16
21 Referans Kwoze  

ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?


ତେବେ କ'ଣ ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ୱସ୍ତତା କ'ଣ ଈଶ୍ୱରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ ?


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।


ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ ?


ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।


ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ ।


ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ୱରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,


ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ ।


କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ ।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;


Swiv nou:

Piblisite


Piblisite