Biblia Todo Logo
Bib sou entènèt

- Piblisite -




ରୋମୀୟ 10:21 - ଓଡିଆ ବାଇବେଲ

21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, "ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ ।'

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, ‘ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।ʼ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ଇଶ୍ରାଏଲୀୟମାନଙ୍କ ସମ୍ପର୍କରେ ସେ ଲେଖିଛନ୍ତି: “ଗୋଟିଏ ଅବାଧ୍ୟ ବିଦ୍ରୋହୀ ଜାତିକୁ ଆମ୍ଭେ ସର୍ବଦା ହସ୍ତ ବିସ୍ତାର କରି ଆହ୍ୱାନ କରୁଛୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ଇସ୍ରାଏଲ ଲୋକଙ୍କ ବିଷୟରେ ପରମେଶ୍ୱର ଏହା କହନ୍ତି, “ଆମ୍ଭେ ଏହି ଲୋକଙ୍କ ପାଇଁ ଦିନସାରା ଅପେକ୍ଷା କରିଥିଲେ ମଧ୍ୟ, ସେମାନେ ଆମ୍ଭକୁ ମାନିଲେ ନାହିଁ ଓ ଅନୁସରଣ କଲେ ନାହିଁ।”

Gade chapit la Kopi




ରୋମୀୟ 10:21
19 Referans Kwoze  

ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।


କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି ।


ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ।


ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ’ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ?


ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।”


ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।


ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”


Swiv nou:

Piblisite


Piblisite