Biblia Todo Logo
Bib sou entènèt

- Piblisite -




ରୋମୀୟ 10:4 - ଓଡିଆ ବାଇବେଲ

4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ମୋଶାଙ୍କ ବ୍ୟବସ୍ଥାର ଶେଷ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ପ୍ରତ୍ୟେକ ବିଶ୍ଵାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଖ୍ରୀଷ୍ଟ ହିଁ ବ୍ୟବସ୍ଥାର ଚୂଡ଼ାନ୍ତ, କେବଳ ତାଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ଖ୍ରୀଷ୍ଟ ବ୍ୟବସ୍ଥାକୁ ସମାପ୍ତ କଲେ ଯେପରି, ତାହାଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇ ପାରିବ।

Gade chapit la Kopi




ରୋମୀୟ 10:4
18 Referans Kwoze  

ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା ।


କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି ।


ସେହି ସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ ।


ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ ।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, "ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ।" ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ ।


ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;


Swiv nou:

Piblisite


Piblisite