Biblia Todo Logo
Bib sou entènèt

- Piblisite -




ରୋମୀୟ 10:6 - ଓଡିଆ ବାଇବେଲ

6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, "ମନେ ମନେ କୁହ ନାହିଁ, "କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ବିଶ୍ଵାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, ‘କିଏ ସ୍ଵର୍ଗାରୋହଣ କରିବʼ (ଅର୍ଥାତ୍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ)?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ବିବେଚିତ ହେବା ବିଷୟରେ ଶାସ୍ତ୍ରରେ ଲେଖାଅଛି, “କିଏ ସ୍ୱର୍ଗକୁ ଆରୋହଣ କରିବ? (ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ପାଇଁ), ତୁମେ ଏ ପ୍ରଶ୍ନ କରିବା ଅନାବଶ୍ୟକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?”

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ହେବା ବିଷୟରେ ଶାସ୍ତ୍ର ଏହିପରି କୁହେ: “ନିଜେ ନିଜକୁ ପଗ୍ଭର ନାହିଁ ଯେ ‘ସ୍ୱର୍ଗକୁ କିଏ ଯିବ?’” (ଅର୍ଥାତ୍ “କିଏ ସ୍ୱର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?”)

Gade chapit la Kopi




ରୋମୀୟ 10:6
15 Referans Kwoze  

କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି ? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି ? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି ? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି ? ତାହାଙ୍କର ନାମ କଅଣ ? ତାହାଙ୍କ ପୁତ୍ରର ନାମ କଅଣ ? ଏହା ଯେବେ ଜାଣ, ତେବେ କୁହ।


ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନନ୍ତକାଳ ପର୍ଯ୍ୟନ୍ତ ଜୀବିତ ରହିବ ।


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା ।


ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,


କାରଣ ମୁଁ ନିଜ ଇଚ୍ଛା ସାଧନ କରିବାକୁ ଅବତରଣ ନ କରି ବରଂ ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବାକୁ ସ୍ୱର୍ଗରୁ ଅବତରଣ କରିଅଛି ।


କାରଣ ଯେଉଁ ଆହାର ସ୍ୱର୍ଗରୁ ଅବତରଣ କରି ଜଗତକୁ ଜୀବନ ପ୍ରଦାନ କରେ, ତାହା ଈଶ୍ୱରଦତ୍ତ ଆହାର ।


Swiv nou:

Piblisite


Piblisite