Biblia Todo Logo
Bib sou entènèt

- Piblisite -




ରୋମୀୟ 10:8 - ଓଡିଆ ବାଇବେଲ

8 କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ତାହା କଅଣ କହେ? ‘ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛିʼ, ଅର୍ଥାତ୍ ଯେଉଁ ବିଶ୍ଵାସ ସମ୍ଵନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।”

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 କାରଣ ଶାସ୍ତ୍ର ଅନୁସାରେ, “ଈଶ୍ୱରଙ୍କ ବାର୍ତ୍ତା ତୁମ ନିକଟରେ, ତୁମ ମୁଖ ଓ ହୃଦୟରେ ଅଛି।” ବିଶ୍ୱାସ ସମ୍ବନ୍ଧରେ ଏହି ବାର୍ତ୍ତା ହିଁ ଆମେ ପ୍ରଚାର କରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।

Gade chapit la Kopi

ପବିତ୍ର ବାଇବଲ

8 ଶାସ୍ତ୍ର କୁହେ: “ପରମେଶ୍ୱରଙ୍କ ଶିକ୍ଷା ତୁମ୍ଭ ପାଖରେ ଅଛି; ଏହା ତୁମ୍ଭ ମୁହଁରେ ଓ ତୁମ୍ଭ ହୃଦୟରେ ଅଛି।” ଆମ୍ଭେ ଲୋକମାନଙ୍କୁ ଘୋଷଣା କରୁଥିବା ସେହି ଶିକ୍ଷାଟି ବିଶ୍ୱାସର ଶିକ୍ଷା ଅଟେ।

Gade chapit la Kopi




ରୋମୀୟ 10:8
14 Referans Kwoze  

ମାତ୍ର ତୁମ୍ଭ ପାଳନାର୍ଥେ ସେ ବାକ୍ୟ ତୁମ୍ଭର ଅତି ନିକଟରେ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;


କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।


ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ ?


ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ ।


ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।


ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


Swiv nou:

Piblisite


Piblisite